STORYMIRROR

ଓଡ଼ିଆ ଗଳ୍ପ ଓ କବିତା - ୧

Classics

4  

ଓଡ଼ିଆ ଗଳ୍ପ ଓ କବିତା - ୧

Classics

କିଶୋରଚନ୍ଦ୍ରାନନ୍ଦ ଚମ୍ପୂ (ଘ)

କିଶୋରଚନ୍ଦ୍ରାନନ୍ଦ ଚମ୍ପୂ (ଘ)

1 min
180


ରାଗ-କାମୋଦୀ

ଘେନାଇ ଆମ୍ଭେ ଯେତେ କହିଲୁ ରେ, ଘେନିଲୁ ନାହିଁ ବାଳା ପହିଲୁ ରେ,

ଘୃତଘଟକୁ ଶିଖି-ଶିଖା ପାଖରେ ରଖି ଶିରୀଷଦେହା ଏହା ସହିଲୁ ରେ(ପଦ)

ଘସ୍ରନାଥନନ୍ଦନା ଅନାଉଣିକି ମନା କରୁଁ ଯେ ଥାଉଁ ହଟି ଚାହିଁଲୁ ରେ,

ଘଟାସରିକି କରେ ତାହିଁ କି ବିବେକରେ ମହାର୍ଣ୍ଣବରେ ଅବଗାହିଲୁ ରେ (1)

ଘୋଟି କିତବମୁଳ ଘୋରି ଘୋର ଜାଙ୍ଗଳ ଗରଳତୁଲେ ତାହା ପିଇଲୁ ରେ,

ଘୁମାଇବାର ସମ୍ଭବିଲା ନାହିଁ କି ଆମ୍ଭ ସୁଯୋଗୁଁ ସିନା ବଞ୍ଚି ଅଇଲୁ ରେ (2)

ଘେନି ଘେନାଇ ଯାଇ କହିବା ସମଜାଇ ଘଟିଲେ ଆମ୍ଭେ ଏକା ଜୀଇଲୁ ରେ,

ଘଟନା ବିରହରେ ଅବଶ୍ୟ ତ ଜହରେ ତୋ ଘେନି ଆତ୍ମଘାତୀ ହୋଇଲୁ ରେ (3)


ଘୋଳାରେ ପଛେ ମରୁ ଆଜୁ ତୋ ହୁକୁମରୁ ନିକୁଞ୍ଜ ଦଉଡକୁ ରହିଲୁ ରେ,

ଘାଣ୍ଟି ହେଉଛୁ ମାତ୍ର ଆନୀଳଶତପତ୍ରନେତ୍ରା ଯା ଆମ୍ଭ ବଶ ନୋହିଲୁ ରେ (4)

ଘନେ ଚପଳା ଲୀଳା ଚାହିଁ ଘନକୁନ୍ତଳା ତୁ କି ଏ ଅଭିଳାଷ ବହିଲୁ ରେ,

ଘାରି ଦେଲୁ କି ରସେ ଅଷ୍ଟଦୁର୍ଗେଶ ଭାଷେ ଅବଶ୍ୟ ମୋହନକୁ ମୋହିଲୁ ରେ (5)



ଏହି ବିଷୟବସ୍ତୁକୁ ମୂଲ୍ୟାଙ୍କନ କରନ୍ତୁ
ଲଗ୍ ଇନ୍

Similar oriya poem from Classics