STORYMIRROR

Ansuman Swain

Others

2  

Ansuman Swain

Others

ଜୟ ହନୁମାନ

ଜୟ ହନୁମାନ

1 min
302


   ପୌରାଣିକ ମତେ ହନୁମାନ ସୁଗ୍ରୀବଙ୍କ ଭଣଜା ଓ ରାମଚନ୍ଦ୍ରଙ୍କ ଶ୍ରେଷ୍ଠ ଭକ୍ତଭାବେ ପରିଚିତ । ଏହାଙ୍କ ମାତାଙ୍କ ନାମ ଅଞ୍ଜନା; ହନୁମାନ ବାୟୁଦେବତାଙ୍କ ପୁତ୍ର । ଏ ପ୍ରଥମେ ବାଳିଙ୍କର ସେନାପତି ଥିଲେ, ପରେ ବାଳିଙ୍କର ରାଜ୍ୟରୁ ବିତାଡ଼ନ ପରେ ଏ ସୁଗ୍ରୀବଙ୍କର ପାରିଷଦ ହେଲେ ସୀତାହରଣ ପରେ ରାମଚନ୍ଦ୍ରଙ୍କର ସୁଗ୍ରୀବଙ୍କ ସଙ୍ଗେ ମିତ୍ରତା ହେବାରୁ ଏ ସୀତାଙ୍କୁ ଠାବ କରିବାକୁ ଦୂତରୂପେ ଦକ୍ଷିଣକୁ ଯାଇ ଲଙ୍କାରେ ଅଶୋକବନରେ ସୀତାଙ୍କୁ ଠାବ କରି, ତାଙ୍କୁ ଶ୍ରୀରାମଙ୍କ ସଂବାଦ ଦେଇ, ତାଙ୍କଠାରୁ ଲେଉଟ ସଂବାଦ ଓ ସଂଙ୍କେତ ଆଣି ଶ୍ରୀରାମଙ୍କୁ ଦେଇଥିଲେ । ଏ ଅତ୍ୟନ୍ତ ବଳଶାଳୀ ଥିଲେ ଓ ଭାରତବର୍ଷରୁ ଲଙ୍କାକୁ ଡେଇଁଥିଲେ ଲକ୍ଷ୍ମଣଙ୍କ ଶକ୍ତିଭେଦ ହେବାରୁ ଏ ଅମରଔଷଧି ଆଣିବାକୁ ଯାଇ ଗନ୍ଧମାର୍ଦ୍ଦନ ପର୍ବତକୁ ଉପାଡ଼ି ନିଜ ମୁଣ୍ଡରେ ବୋହି ଲଙ୍କାକୁ ଆଣିବାରୁ ଲକ୍ଷ୍ମଣଙ୍କର ପ୍ରାଣରକ୍ଷା ହେଲା । ଏ ରାବଣଙ୍କ ରାକ୍ଷସ ସେନା ସଙ୍ଗେ ଖୁବ୍ ବୀରତା ସହକାରେ ଯୁଦ୍ଧ କରି ଥିଲେ ରାମଚନ୍ଦ୍ର ଦେହ ତ୍ୟାଗ କରିବା ସମଯରେ ଏହାଙ୍କୁ ଅମରବର ଦେଇଥିଲେ । କଥିତ ଅଛି ଯେ, ଲଙ୍କା ପୋଡ଼ିବା ପରେ ହନୁମାନ୍ ନିଜ ଲାଙ୍ଗୁଡ଼ରେ ଜଳୁଥିବା ନିଆଁକୁ ହାତରେ ଓ ଗୋଡ଼ରେ ମଳି ଲିଭାଇ ଦେଇ ସେହି କରତଳକୁ ମୁଁହରେ ବୋଳି ଦେବାରୁ ତାଙ୍କ ମୁହଁ କଳା ପଡ଼ିଗଲା ଓ ତଦବଧି ତାଙ୍କ ବଂଶଧରମାନେ (ହନୁମାଙ୍କଡ଼) ମୁହଁପୋଡ଼ା ବାନ୍ଦର ହେଲେ । ଦ୍ୱାପର ଯୁଗରେ ଭୀମଙ୍କ ସଙ୍ଗେ ଗନ୍ଧମାର୍ଦ୍ଦନ ପର୍ବତରେ ଏହାଙ୍କର ଭେଟ ହୋଇଥିଲା । ହିନ୍ଦୁମାନେ ଏହାଙ୍କୁ 'ମହାବୀର' ଠାକୁର ରୁପରେ ପୁଜା କରନ୍ତି । 



Rate this content
Log in

More oriya story from Ansuman Swain