Ramakant Rout

Inspirational

5.0  

Ramakant Rout

Inspirational

ମାତୃ ଶକ୍ତି ର ଅଭିବ୍ୟକ୍ତ

ମାତୃ ଶକ୍ତି ର ଅଭିବ୍ୟକ୍ତ

1 min
527



ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ ପୁରାଣ ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ୱର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।


ଦୁର୍ଗା ଶବ୍ଦର ବିବିଧ ବିଶ୍ଳେଷଣ କରାଯାଇଛି।ସେଥିରୁ ଗୋଟିଏ ହେଉଛି ଦ+ଉ+ର+ଗ+ଆ । ‘ଦ’ର ଅର୍ଥ ଦୈତ୍ୟ ବିନାଶ ପାଇଁଯିଏ ଉଦ୍ଦିଷ୍ଟ, ଉ-ସମସ୍ତ ବାଧାଦାୟକ ଶକ୍ତି ଦୂର କରିବାରେ ଯିଏ ସମର୍ଥ, ର- ସମସ୍ତ ରୋଗର ଯିଏ ବିନାଶକାରୀ, ଗ-ସକଳ ପାପର ଯିଏ କ୍ଷୟକାରୀ, ଆ-ସମସ୍ତ ଭୟର ଯେ ହରଣକାରୀ ।


ଯା ଦେବୀ ସର୍ବ ଭୂତେଷୁ ମାତୃ ରୂପେଣ ସଂସ୍ଥିତା!

ନମଃସ୍ତ ସେହି, ନମଃସ୍ତ ସେହି ନମଃ ନମଃ!



Rate this content
Log in

Similar oriya story from Inspirational