ରଜପାନ
ରଜପାନ
ରଜରେ ଭଙ୍ଗାଯାଇଥିବା ମିଠା ପାନ । ରଜରେ ପାନଖିଆ ଏକ ପୁରୁଣା ଓଡ଼ିଆ ପରମ୍ପରା । ପ୍ରୀତିର ବନ୍ଧନ ହେଉଛି ପାନ । ପ୍ରୀତି, ପ୍ରେମ, ବନ୍ଧୁତାର ଛ'ଲକ୍ଷଣ ଏ ଦେଶରେ ନିର୍ଦ୍ଧାରିତ କରାଯାଇଛି । ଦିଏ, ନିଏ, ଖାଏ, ଖୁଆଏ, ଗୋପନ କଥା କହେ ଓ ପଚାରେ, ଏ ଛ'ଟି ଆନ୍ତରିକତା ଓ ନିବିଡ଼ତାର କଥା । ଭୋଜନ ଶେଷରେ ତାମ୍ବୁଳ ସେବା ଏକ ପ୍ରାଣମୟ ବ୍ୟବସ୍ଥା । ଓଡ଼ିଆଙ୍କ ଠାକୁର ବଡ଼ଠାକୁର ଜଗନ୍ନାଥ ପ୍ରତିଦିନ ଭୋଜନାନ୍ତେ ତାମ୍ବୁଳ ସେବା କରି ନିଦ୍ରା ଯାଆନ୍ତି । ପାନ ହେଉଛି ମୁଖବାସ, ପରିତୋଷ । ରଜ ସହିତ ପାନ ଯୋଡ଼ିହେବା ପଛରେ କଥା ଅଛି, ଏଡା ବନ୍ଧୁତାର ଡେ଼ାରିକୁ ସୁଦୃଢ କରିବ । ରଜରେ ଝିଅମାନେ ସମସ୍ତଙ୍କୁ ପାନ ଦବାନବା କରିଥାନ୍ତି । ଆୟୁର୍ବେଦ ଶାସ୍ତ୍ର ଅନୁସାରେ ପାନ ଜୀର୍ଣ୍ଣକାରକ ଏବଂ କୃ
ମିନାଶକ । ପାନରେ ଦିଆଯାଉଥିବା ଚୂନ ଲୌହଶକ୍ତି ପୂର୍ଣ୍ଣ (କ୍ୟାଲସିଅମ) ଓ ଖଇର ଦାନ୍ତକୁ ମଜଭୁତ କରିଥାଏ । ପାନ ଖାଇଲା ବେଳେ ପତ୍ରରୁ ଶିରା ଛେଦନ କରାଯାଇଥାଏ କାରଣ ପାନଶିରା ହେଉଛି ବୁଦ୍ଧି ବିନାଶିନୀ ।
ରଜପାନର ଚମକ ଓ ମହକ ସାରାବର୍ଷର ପାନକୁ ବଳିଯାଏ, ରଜ ଆଭୂଷଣକୁ ଆହୁରି ମୁଗ୍ଧକର କରିଦିଏ । ରଜପାନରେ ଗୁଆ, ଅଳେଇଚ, ଗୁଜୁରାତି, ଭଜା ଧଣିଆ, ଚାଉଳ ଓ ନଡିଆ ଖଣ୍ଡ, ଚେରି, ଲବଙ୍ଗ, କବାବଚିନି, ଚୁଆ, ପାନ ମହୁରି, ସୁବାସିତ ଜାଫ୍ରାନ କେଶର, ଖଇର ପରି ୧୦ରୁ ୧୨ ପ୍ରକାର ମସଲା ବ୍ୟବହୃତ ହୁଏ । ଏହାକୁ ବିଭିନ୍ନ ଢଙ୍ଗରେ ତ୍ରିଭଙ୍ଗି, ଚଉଭଙ୍ଗି ଆକୃତି ଦେଇ ଉପରେ ଲବଙ୍ଗ ଖୋସି ଅତି ସୁନ୍ଦର ଭାବେ ଥାଳିରେ ସଜାଇ ଦିଆଯାଏ । ସାଧାରଣ ଦିନର ପାନଠାରୁ ରଜପାନର ସ୍ୱାଦ ସ୍ୱତନ୍ତ୍ର ।