ଶିଶିର ସାହୁ ମନୋଜ

Abstract Children Stories Inspirational

3  

ଶିଶିର ସାହୁ ମନୋଜ

Abstract Children Stories Inspirational

ତିନି ସଙ୍ଗାତ କଥା

ତିନି ସଙ୍ଗାତ କଥା

2 mins
154



ଏକ ଜଙ୍ଗଲରେ ହରିଣ ଓ କାଉ ମଧ୍ୟରେ ସୌହାର୍ଦ୍ଦ୍ୟପୂର୍ଣ୍ଣ ସମ୍ପର୍କ ଥିଲା । ବିଲୁଆ ଏହା ଦେଖି ସହି ପାରୁନଥାଇ ‌। ହରିଣ ସହିତ କାଉ ଥିଵାରୁ ହରିଣକୁ ମାରିଵା ସହଜ ନଥିଲା କାରଣ ସେହି କାଉଟା କାଉ ପଲ୍ଲଙ୍କ ମୁଖିଆ ଥିଲା ତେଣୁ କାଉମାନଙ୍କ ଆକ୍ରମଣ ଭୟରେ ସିଂହ ଵ୍ୟାଘ୍ର ମଧ୍ୟ ଉକ୍ତ ହରିଣଠାରୁ ଦୂରେଇ ରହୁଥିଲେ ।  ବିଲୁଆ କେମିତି କଳେ ବଳେ କୌଶଳେ ହରିଣ ଓ କାଉ ମଧ୍ୟରେ ଥିଵା ବନ୍ଧୁତା ଭାଙ୍ଗି ହରିଣକୁ ମାରି ଖାଇଵ ଏହି ଵିଚାର କରିଵାକୁ ଲାଗିଲା । ହରିଣ ଓ କାଉ ଉଭୟେ ପରସ୍ପରର ପରମମିତ୍ର ଥିଲେ ଏଵଂ ବିଲୁଆ ଏକ ହିଂସ୍ରଜନ୍ତୁ ହୋଇଥିଵାରୁ ହରିଣ ତାକୁ ଵିଶ୍ଵାସ କରୁନଥିଲା । ବିଲୁଆ ବହୁତ ବୁଦ୍ଧିଆ ଜୀଵ । ହରିଣ ସହ ମିତ୍ରତା କରିଵାକୁ ବିଲୁଆ ଅନେକ ପ୍ରୟାସ କଲା ହେଲେ ପ୍ରଥମେ ପ୍ରଥମେ ସଫଳ ହୋଇପାରିଲା ନାହିଁ ।‌ ବିଲୁଆ ମନେ ମନେ ଭାବିଲା ଯେ ଯେତେଦିନ ଯାଏଁ ମୁଁ ଏ ହରିଣ ସହ ସାମାଜିକ ସମ୍ପର୍କ ସ୍ଥାପନ ନକରିଛି ଇଏ ମୋତେ ଵିଶ୍ଵାସ କରିଵ ନାହିଁ । 

ବିଲୁଆର ଚାରିଗୋଟି ଛୁଆ ଜନମିଥିଲେ ଏଵଂ ହରିଣର ମଧ୍ୟ ଦୁଇଗୋଟି ଛୁଆ ଥିଲେ । ବିଲୁଆ ନିଜର ପରିଵାର ଘେନି ହରିଣର ଗୃହ ପାଖରେ ରହିଵାକୁ ଲାଗିଲା । ଫଳତଃ ବିଲୁଆ ଓ ହରିଣର ଛୁଆମାନେ ପରସ୍ପର ସହିତ ଖେଳିଵାକୁ ଲାଗିଲେ ଏଵଂ ସେମାନଙ୍କ ମଧ୍ୟରେ ସ୍ଵଭାଵତଃ ବନ୍ଧୁତା ହୋଇଗଲା । 

ବିଲୁଆ ନିଜ ପିଲାମାନଙ୍କୁ କାଉ ମାନଙ୍କ ଵିରୋଧରେ ନାନା କାହାଣୀ ଶୁଣାଇ ସେମାନଙ୍କ ମତିଭ୍ରମ କରିଦେଲା । କାଉମାନେ କେମିତି ହରିଣ ଓ ବିଲୁଆଙ୍କ ମଧ୍ୟରେ ଥିଵା ବନ୍ଧୁତା ଭାଙ୍ଗିଦେଇଥିଲେ ସେକଥା ବିଲୁଆ ତାହାର ଛୁଆଙ୍କୁ ପ୍ରାୟତଃ କହୁଥିଲା । 

କାଉମାନେ ସର୍ଵଭକ୍ଷୀ ହୋଇଥିଵାରୁ କେମିତି ଜଙ୍ଗଲର ଫଳ ମୂଳ ଓ ମାଂସ ସବୁ ଖାଇ ଦେଇ ହରିଣ ଓ ବିଲୁଆମାନଙ୍କୁ ଭୁଆଁ ବୁଲେଇ ରଖିଛନ୍ତି ସେ କଥା ମଧ୍ୟ କହିଲା । 

ଅନେକ ଵର୍ଷ ବିତିଗଲା ଏଵଂ ବିଲୁଆର ଆଶା କେଵଳର ଆଶାରେ ରହିଗଲା । ସେ କେବେ ବି ହରିଣକୁ ଖାଇପାରିଲା ନାହିଁ ସତ କିନ୍ତୁ ହରିଣ ଓ କାଉ ମଧ୍ୟରେ ଭେଦ ଭାଵ ବଢ଼ାଇଵା ଯୋଜନା ଛାଡି଼ଲା ନାହିଁ । 

ବିଲୁଆର ଛୁଆମାନେ ନିଜ ହରିଣ ସାଙ୍ଗମାନଙ୍କ ସହିତ ଖେଳ ଓ ବୁଲାବୁଲି ସମୟରେ ନିଜ ବାପଠାରୁ କାଉମାନଙ୍କ ସମ୍ବନ୍ଧରେ ଶୁଣିଥିଵା କଥା ଵିଷୟରେ ଆଲୋଚନା କରୁଥିଲେ । ଧିରେ ଧିରେ ବୁଢ଼ା ବିଲୁଆ ଦ୍ଵାରା ପ୍ରଚାରିତ କଥାକୁ ସେ ଜଙ୍ଗଲର ସବୁ ନହେଲେ ମଧ୍ୟ ଅନେକ ହରିଣମାନେ ଵିଶ୍ଵାସ କରିଵାକୁ ଲାଗିଲେ । 

କ୍ରମେ ହରିଣ ଓ କାଉମାନଙ୍କ ମଧ୍ୟରେ ଭେଦଭାଵ ବୃଦ୍ଧି ପାଇଲା ଏଵଂ ସେମାନଙ୍କ ମଧ୍ୟରେ ଆଉ ପୂର୍ଵ ସୌହାର୍ଦ୍ଦ୍ୟ ରହିଲା ନାହିଁ । 

ଥରେ ଭାରତଵର୍ଷରେ ଭୀଷଣ ମରୁଡ଼ି ପଡି଼ଵାରୁ ଏହାର ପ୍ରଭାଵ ଉକ୍ତ ଜଙ୍ଗଲ ଉପରେ ମଧ୍ୟ ଦେଖାଦେଲା । ଅନେକ ଵୃକ୍ଷ ପତ୍ର ପୁଷ୍ପ ଫଳହୀନ ହେଵାରୁ ଖାଦ୍ୟର ଘୋର ଅଭାଵ ହେଲା । 

ସର୍ଵଭକ୍ଷୀ ଜୀଵ ହୋଇଥିଵାରୁ ଏହି ମରୁଡ଼ି ଜନିତ ଖାଦ୍ୟାଭାଵ ପାଇଁ ଉଭୟ ହରିଣ ଓ ବିଲୁଆମାନେ କାଉମାନଙ୍କୁ ଦୋଷ ଦେଵାକୁ ଲାଗିଲେ । କାଉମାନେ ମଧ୍ୟ ନିର୍ଦ୍ଦୋଷ ବୋଲି ଅନେକ ଥର ଯୁକ୍ତି କରି ନୟାନ୍ତ ହେଵାରୁ ହରିଣଙ୍କୁ ତାଙ୍କ ବାଟରେ ଛାଡ଼ି ନିଜ କଥା ବୁଝିଲେ । 

ବିଲୁଆମାନେ ତ ସ୍ଵଭାଵତଃ ମାଂସଭକ୍ଷକ । ଖାଦ୍ୟ ଅଭାଵ ହେଵାରୁ ସେମାନଙ୍କ ମନରେ ତାଙ୍କ ପୂର୍ଵଜଙ୍କ ସେହି ପ୍ରାଚୀନ ସ୍ଵଭାଵ ସ୍ଵତଃ ଜାତ ହେଲା । ଶାରୀରିକ ଓ ମାନସିକ ଭୋକ ସମୟରେ ମନୁଷ୍ୟ ପରି ବୁଦ୍ଧିମାନ ଜୀଵ ମଧ୍ୟ ଧର୍ମ କର୍ମ ଭୁଲି ଅନ୍ୟାଚାର କରିଵାକୁ ପଛାଏ ନାହିଁ । ଅତଃ ବିଲୁଆମାନେ ଉକ୍ତ ପ୍ରାଚୀନ ହିଂସ୍ର ସ୍ଵଭାଵର ଵଶଵର୍ତ୍ତୀ ହୋଇ ଅନେକ ହରିଣଙ୍କୁ ଆକ୍ରମଣ କରି ସେମାନଙ୍କୁ ଖାଇଗଲେ ।‌


Rate this content
Log in

Similar oriya story from Abstract