Become a PUBLISHED AUTHOR at just 1999/- INR!! Limited Period Offer
Become a PUBLISHED AUTHOR at just 1999/- INR!! Limited Period Offer

ଓଡ଼ିଆ ଗଳ୍ପ ଓ କବିତା - ୨

Classics

0.3  

ଓଡ଼ିଆ ଗଳ୍ପ ଓ କବିତା - ୨

Classics

ଡାକ ମୁନସୀ – ୩

ଡାକ ମୁନସୀ – ୩

2 mins
7.6K


ଦିନେ ଡାକ ମୁନସୀ ବାବୁ ବାପକୁ କହିଦେଲେ, “ଦେଖ, ତୁମେ ମୋର କିଛି ଉପକାର କାରି ନାହଁ, ଇଚ୍ଛା ହେଲେ ବସାରେ ରହ, ନୋହିଲେ ଚାଲିଯାଅ । ଆଉ ଦେଖ, ବାବୁମାନେ ଆମ ଦୁଆରକୁ ଆସିଲେ ତୁମେ ଘରୁ ବାହରିବ ନାହିଁ ।” ଗୋପାଳ କଥା ଶୁଣି ବୁଢ଼ାର କାନ ମୁଣ୍ଡ ଭାଁ ଭାଁ କଲା, ଚୁପ୍‌ ହୋଇ ବସି ପଡ଼ିଲା । କାହାକୁ କହିବ ? ପୁଅ କଥା; ଅଜାଗା ଘା ଦେଖି ହୁଏ ନାହିଁ, ଦେଖାଇ ହୁଏ ନାହିଁ । ଯାହାକୁ ମନର କଥା କହନ୍ତା, ସେ ଯାଇଛି । ବୁଢ଼ୀ କଥା ମନରେ ପଡ଼ିଲା, ଢେର କାନ୍ଦିଲା, ଚାରିଆଡ଼କୁ ଅନାଇଲା କେହି ଭରସା ନାହିଁ । ବୁଢ଼ା ଦୁଃଖ ବେଳେ ବୁଢ଼ୀ କଥା ମନରେ କରେ, ସୁଖ ବେଳେ ମନରେ କରେ । ମୁହଁ ପୋଛିଲା, ଆଉ କାନ୍ଦିଲା ନାହଁ, ଗୋପାଳର କାଳେ ଅମଙ୍ଗଳ ହେବ । ଗୋପାଳ ବାବୁ କାଲି ସକାଳେ ମଫସଲର କାମ ଜାଗାକୁ ଯିବେ, ବୁଢ଼ାକୁ ଜଣାଇ ନାହାଁନ୍ତି । ସକାଳୁ ଉଠିଲେ, ଅବଜ୍ଞାଭାବରେ କହିଲେ, “ଏ ବାବା, ମୁଁ ମଫସଲ ବାହାରିଲି । ଏହି ଜିନିଷପତ୍ର ସବୁ ଘେନି ଆସ । କେତେ ବା ଜିନିସ, ବୁଝି ଖବରଦାର, ମୁଲିଆ କରିବ ନାହିଁ, କଲେ ତୁମେ ଜାଣ ମୁଁ ପଇସା ଦେବି ନାହିଁ ।” ବାବୁ ପୋଷାକ ପିନ୍ଧି କାଖରେ ଛତା ଯାକି ବାଡ଼ି ଘୂରାଇ ଘୂରାଇ ଚାଲିଗଲେ । ବୁଢ଼ା କଣ କରିବ, ସବୁ ଜିନିସ ରୁଣ୍ଡାଇ ପୁଣ୍ଡାଇ ଗୋଟାଏ ଗଣ୍ଠିରି ବାନ୍ଧି ମୁଣ୍ଡାଇଲା । ଚାଲି ପାରୁ ନାହିଁ, ଦେହରେ ବଳ ନାହିଁ, ଆଖିରୁ ବେଳେ ବେଳେ ପାଣି ବହି ପଡୁଛି, ଦଶ ଜାଗା ବସି ଉଠି ସଞ୍ଜ ସରିକି ମକ୍ରାମପୁରରେ ପହଞ୍ଚିଲା । ଡେରି ହେବାରୁ ବାବୁ ଫଜିତଟାଏ କଲେ, ବୁଢ଼ା ଗୁମ୍‌ ହୋଇ ବସି ଥକା ମେଣ୍ଟାଉଥାଏ । ବାବୁ ସକାଳେ ସଞ୍ଜ ଅଫିସକୁ ଯାନ୍ତି, ବୁଢ଼ାଟା ମୁହଁ ବୁଜି ବସାରେ କାମ ପାଇଟିରେ ଲାଗିଥାଏ । ବାପ ପୁଅ ଦୁଇଜଣ ଏକ ଜାଗାରେ ବସି ଦୁଇଟା ସୁଖ ଦୁଃଖ କଥା ହେଉଛନ୍ତି, ଏ କଥା କେହି କେବେ ଦେଖିନାହିଁ । ଡାକମୁନସି ହେଲେ ମଫସଲର ଗୋଟାଏ ହାକିମ । କେତେ ଲୋକ ଆସି ଦଣ୍ଡବତ କରି ଯାଉଛନ୍ତି, ମୁର୍ଖ ବୁଢ଼ାଟା କଣ ଜାଣେ ଯେ ତା ସାଙ୍ଗରେ କଥା କହିବେ !

ବୁଢ଼ା ଦେହରେ ମଫସଲର ପାଣି ଚଳିଲା ନାହିଁ, ଜର ହେଲେ ଖୁଁ ଖୁଁ କରି କାଶେ, ସେ କାଶଟା ରାତିକି ବେଶି ହୁଏ । ବାବୁ ଶୋଇବାରେ ହରକତ ହେଲେ । ପିଅନକୁ ହୁକୁମ ଦେଲେ, “ବୁଢ଼ାଟାକୁ କିଆବାଡ଼ରେ ଫୋପାଡ଼ି ଦେଇ ଆସ ।” ସେ ପିଅନଟା ମୁର୍ଖ; ଇଂରାଜୀ ପଢ଼ି ନାହିଁ, ତାର ଗୋଟାଏ ଦେଶୀ ହୃଦୟ ଅଛି, ବିଚାର କଲା ‘କଣ ଏ ? ବୁଢ଼ା ରୋଗୀଟିକୁ କିଆ-ବାଡ଼ରେ ଶୁଆଇ ଦେବି?’ ଦିନେ ବୁଢ଼ାର ଭାରି ଜର, ତିନିଦିନ ଖାଇ ନାହିଁ, ଅଧରାତି, ଅନ୍ଧାର, ଥଣ୍ଡା ପାଇ ବୁଢ଼ାର କାଶ ବଳି ପଡ଼ିଲା । ବାବୁ ତ ଭାରି ଖପା, ବୁଢ଼ା ଛାତିରେ ଦୁଇଟା ଇଂରାଜୀ ଘୂଷି ମାରିଲେ, ବିଛଣାପତ୍ର ବାହାରକୁ ଫୋପାଡ଼ି ଦେଲେ । ବୁଢ଼ା ଗାଁକୁ ପଳାଇଲା । ପାଖରେ ଥିବା ଖୁବ୍‌ ଭଲ ଲୋକଙ୍କଠାରୁ ଶୁଣା ଯାଇଛି, ଗୋପାଳ ବାବୁଙ୍କ ମନ ସେହିଦିନଠାରୁ ବଡ଼ ଖୁସି । ଆଉ ଏଣେ ବୁଢ଼ା ଗାଁକୁ ଆସି ତାହାର ଯେଉଁ ଦୁଇ ମାଣ ଜମି ଥିଲା ଭାଗରେ ଲଗାଇଦେଲା, ଘରେ ବସି ଧାନ ପାଏ । ପେନସନ୍‌ ଟଙ୍କାରେ ଲୁଗାପଟା, ଲୁଣ ତେଲ ଖର୍ଚ୍ଚ ଚଳେ । କାଶ ହେଲା ଦିନଠୁଁ ବୁଢ଼ା ଟିକିଏ ଟିକିଏ ଅଫିମ ଧରିଛି । ସବୁ ଖର୍ଚ୍ଚ ଚଳେ, ଘରଠାରେ ପିଣ୍ଡାରେ ବସି ହରିନାମ କରେ । ଉଛୁଣି ବାପ ପୁଅ ଦୁହେଁ ଖୁସି । ପରର ସୁଖ ଦେଖି ପାଠକ ମହାଶୟ ଖୁସି ହୁଅ ।


Rate this content
Log in

Similar oriya story from Classics